୨୩ ଓ ୨୪ରେ ଭିଜିବ ଓଡ଼ିଶା
ଦକ୍ଷିଣ-ପଶ୍ଚିମ ମୌସୁମୀ ଆସିବା ପୂର୍ବରୁ ଭିଜିବ ଓଡ଼ିଶା । ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ୱସ୍ତି । ତେବେ ୨୩ ଓ ୨୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

ଦକ୍ଷିଣ-ପଶ୍ଚିମ ମୌସୁମୀ ଆସିବା ପୂର୍ବରୁ ଭିଜିବ ଓଡ଼ିଶା । ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ୱସ୍ତି । ତେବେ ୨୩ ଓ ୨୪ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍? ଅନୁସାରେ ୨୧ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।
ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୩ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେବେ ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୩ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।