ବନ୍ଧା ହେବେ ରୋଡ୍ ରୋମିଓ
ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିଲେ କିଛି ଯୁବକ

ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିଲେ କିଛି ଯୁବକ । ଘଟଣାକୁ ନେଇ ପୁଲିସ ସହ ମୁହାଁମୁହିଁ ହୋଇଥିଲା ।ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିବା ରୋଡ୍ ରୋମିଓଙ୍କୁ ବାନ୍ଧିବ ପୋଲିସ । ଏନେଇ ଏକ ମାମଲା ରୁଜୁ କରିବା ସହ ତୁରନ୍ତ ତଦନ୍ତ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି ।
ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିବାକୁ ବି ମଧ୍ୟ ଧମକ ଦେଇଥିଲେ । ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଥାନାକୁ ଯିବାପରେ ପୋଲିସ ତାଙ୍କୁ ଦୁର୍ବ୍ୟବହାର ସହ ମାଡ଼ ମାରିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଥିଲେ । ସେପଟେ ତତ୍କାଳୀନ ଥାନାଧିକାରୀଙ୍କ ସହ ଅନ୍ୟ ପୋଲିସ ଷ୍ଟାଫମାନଙ୍କର ବୟାନ ରେକର୍ଡ କରାଯାଇଛି । ଆଗାମୀ ଦିନରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ମଧ୍ୟ ବୟାନ ରେକର୍ଡ କରାଯିବ ବୋଲି କହିଛନ୍ତି ଡିଜିପି ।