୧୪ରୁ ପର୍ୟ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପର୍ୟ୍ୟଟକଙ୍କ ପାଇଁ ଚଳିତ ମାସ ଅକ୍ଟୋବର ୧୪ ତାରିଖରୁ ଖୋଲିବ

୧୪ରୁ ପର୍ୟ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପର୍ୟ୍ୟଟକଙ୍କ ପାଇଁ ଚଳିତ ମାସ ଅକ୍ଟୋବର ୧୪ ତାରିଖରୁ ଖୋଲିବ। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନେନି ଶନିବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।
ପର୍ୟ୍ୟଟକମାନେ ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ପିଠାବଟା ଓ ଯଶିପୁର ନିକଟ କାଳିଆଣି ଫାଟକ ଦେଇ ପ୍ରବେଶ କରିପାରିବେ । ବାରିପଦା ପଟୁ ପିଠାବଟା ଓ ଯଶିପୁର ରକାଳିଆଣି ତନଖି ଫାଟକ ଦେଇ ପ୍ରତିଦିନ ଯଥାକ୍ରମେ ୨୫ଟି ଓ ୩୫ଟି ଗାଡ଼ିକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ସୂଚନା ଦିଆଯାଇଛି।

ଅଭୟାରଣ୍ୟ ରାତ୍ରିଯାପନ ପାଇଁ ପର୍ୟ୍ୟଟକମାନଙ୍କୁ ଅଗ୍ରୀମ ଦେୟ ପୈଠକରି ଅନଲାଇନ ମାଧ୍ୟମରେ ବୁକିଂ କରିବାକୁ ପଡ଼ିବ। ସେହିପରି ଅଭୟାରଣ୍ୟକୁ ପ୍ଲାଷ୍ଟିକ, ପଲିଥିନ୍‌ ଓ ମାଦକ ଦ୍ରବ୍ୟ ନେବା ଉପରେ କଟକଣା ଜାରି କରାଯାଇଛି। ଉଭୟ ରାସ୍ତାର ଗେଟ୍ ପାଖରେ ପର୍ୟ୍ୟଟକଙ୍କୁ ଅନୁମତି ପତ୍ର ମିଳିବ ଅଥବା ସେମାନେ ଅନ୍‌ଲାଇନରେ ପୂର୍ବରୁ ଅନୁମତିପତ୍ର ନେଇ ପାରିବେ ବୋଲି ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।