ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ସୁଧାଂଶୁ ପରିଡ଼ା ବିଜେଡିରୁ ବହିଷ୍କୃତ

ଜଣେ ନୁହେଁ ଦୁଇ ଜଣ ବିଧାୟକଙ୍କୁ ବିଜେଡିରୁ ବହିଷ୍କୃତ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ସୁଧାଂଶୁ ପରିଡ଼ା ବିଜେଡିରୁ ବହିଷ୍କୃତ

ଜଣେ ନୁହେଁ ଦୁଇ ଜଣ ବିଧାୟକଙ୍କୁ ବିଜେଡିରୁ ବହିଷ୍କୃତ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ  ରେମୁଣା ବିଧାୟକ ସୁଧାଂଶୁ ପରିଡ଼ାଙ୍କୁ ଦଳରୁ ବିଦା କରାଯାଇଛି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ  ସେମାନଙ୍କ ବହିଷ୍କାର କରାଯାଇଛି।ଏନେଇ ଘୋଷଣା କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହାସହ ବିଜେଡି ପକ୍ଷରୁ ଏକ ପ୍ରେସ ରିଲିଜ୍‌ ଜାରି କରାଯାଇଛି। ଯେଉଁ ପ୍ରେସ୍‌ ରିଲିଜ୍‌ ଉଲ୍ଲେଖ କରାଯାଇଛି ଯେ ‘ସମ୍ବାଦ’ ଲୋନ୍‌ ସ୍କାମ୍‌ ନେଇ ସୌମ୍ୟଙ୍କୁ ବହିଷ୍କାର କରାଯାଇଛି। ‘ଲୋନ୍‌ ସ୍କାମ୍‌ ନେଇ ଇଓଡବ୍ଲୁରେ ସୌମ୍ୟଙ୍କ ନାଁରେ ଅଭିଯୋଗ ହୋଇଛି। ଅନେକ ପୂର୍ବତନ କର୍ମଚାରୀ ଏନେଇ ଅଭିଯୋଗ କରିଛନ୍ତି। ୩ଶହରୁ ଅଧିକ କର୍ମଚାରୀଙ୍କ ନାଁରେ ଲୋନ୍‌ ଉଠାଯାଇଛି। ଜାଲ୍‌ ଡକ୍ୟୁମେଣ୍ଟ ଯୋଗେ କୋଟି କୋଟି ଟଙ୍କା ଉଠାଯାଇଛି। ଲୋନ୍‌ ଉଠାଇବା ପାଇଁ ଏହା ଏକ ସଂଗଠିତ ବ୍ୟାଙ୍କ୍‌ ଫ୍ରଡ୍‌ ବୋଲି ପ୍ରେସ ରିଲିଜରେ ଉଲ୍ଲେଖ ରହିଛି।