ପରଲୋକରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନ୍‌ଗୋ

ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନ୍‌ଗୋଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ନିଶ୍ୱାସ ତ୍ୟାଗ କରିଛନ୍ତି।

ପରଲୋକରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନ୍‌ଗୋ

ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନ୍‌ଗୋଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।

ମାର୍ଚ୍ଚ ୩୦ରୁ ତ୍ରିଲୋଚନ କାନୁନ୍‌ଗୋ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳ ୭ଟାରେ ତାଙ୍କର ଦେହାନ୍ତ ହୋଇଛି। ୩ ଥର ବିଧାୟକ ଓ ଥରେ ସାଂସଦ ଭାବେ ତ୍ରିଲୋଚନ କାନୁନ୍‌ଗୋ ନିର୍ବାଚିତ ହୋଇଥିଲେ। ଜଗତସିଂହପୁର ଲୋକସଭା ଆସନରୁ ସେ ୧୯୯୯ ମସିହାରେ ବିଜୁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ତ୍ରିଲୋଚନ କାନୁନଗୋ ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସେ କଟକର ଶେଖ ବଜାରରେ ଗତ କିଛି ବର୍ଷ ହେବ ରହି ଆସୁଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।