ଦୁଇ ଗାଡ଼ି ମୁହାଁମୁହିଁ ଧକ୍କା :ଟ୍ରକ୍‌ ସହ ଜିଅନ୍ତା ଜଳିଗଲେ ଡ୍ରାଇଭର

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ବଡ଼କୁଣ୍ଡେସରାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି

ଦୁଇ ଗାଡ଼ି ମୁହାଁମୁହିଁ ଧକ୍କା :ଟ୍ରକ୍‌ ସହ ଜିଅନ୍ତା ଜଳିଗଲେ ଡ୍ରାଇଭର

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ବଡ଼କୁଣ୍ଡେସରାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ୧୪ଚକିଆ କୋଇଲା ବୋଝେଇ ଟ୍ରକ ଏବଂ ୪୦୭ ଗାଡ଼ି ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି।

ଧକ୍କା ହେବାପରେ ଦୁଇଟି ଟ୍ରକ ଓଲଟି ପଡ଼ିଥିବା ବେଳେ ଟ୍ରକରୁ ବାହାରି ନ ପାରି ୪୦୭ ଗାଡ଼ି ସହ ଜିଅନ୍ତା ଜଳିଗଲେ ଡ୍ରାଇଭର। ମୃତ ଡ୍ରାଇଭରଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଜମନକିରା ପୁଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି  ନିଆଁକୁ ଆୟତ୍ତ କରିଛି। ତେବେ ମୃତ ଡ୍ରାଇଭରଙ୍କ ପରିଚୟ ଅସ୍ପଷ୍ଟ ରହିଛି।