୪୮ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ଆସନ୍ତା ୪୮ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

୪୮ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ଆସନ୍ତା ୪୮ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା କହିଲା ପାଣିପାଗ ବିଭାଗ ।ସୂଚନା ଥାଉକି, ୧୫ ତାରିଖ ପରେ ଓଡିଶା ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବା ଯୋଗୁଁ ବିଳମ୍ବରେ ଆସିପାରେ ମୌସୁମୀ । କେରଳ ଅଭିମୁଖେ ବଢୁଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ଏହା ବିଳମ୍ବିତ କରୁଛି । ଏହା ପ୍ରଭାବରେ ୮ତାରିଖରୁ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ଖରା ହେବା ସମ୍ଭାବନା ରହିଛି । ୪୦ରୁ ୪୫ ଡିଗ୍ରୀ ଛୁଇଁପାରେ ତାପମାତ୍ରା ।
ସେପଟେ ଆରବ ସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟାର ରୂପ ନେଇଛି । ଏହା ଏବେ ପୂର୍ବ ମଧ୍ୟ ଏବଂ ଦକ୍ଷିଣ ପୂର୍ବ ଆରବ ସାଗର ମଧ୍ୟରେ ଗୋଆ ଉପକୂଳଠାରୁ ୯୨୦ କିଲୋମିଟର ଦୂରରେ ସକ୍ରିୟ ରହିଛି । ୮ ତାରିଖ ସୁଦ୍ଧା ଏହା ଭୀଷଣ ବାତ୍ୟାର ରୂପ ନେବ । ଆସନ୍ତା ୧୦ ତାରିଖ ଅପରାହ୍ନ ସୁଦ୍ଧା ଏହି ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେବ ।