ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି, ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ ଜାରି
ଆଜିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି

ଆଜିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି। ସୂର୍ୟ୍ୟଙ୍କ କୋପରେ ଜଳିବ ଉପକୂଳରୁ ଉପାନ୍ତ।ଶୁକ୍ରବାର ଓ ଶନିବାର ଦୁଇ ଦିନ ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର।
ଆଜି ଓ କାଲି ସ୍ୱଭାବିକ ତାପମାତ୍ରାଠାରୁ ଆହୁରି ୩ରୁ ୬ ଡିଗ୍ରୀ ଯାଏ ତାତି ବଢ଼ିପାରେ। ସେଥିପାଇଁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ପରେ ପୁଣି ମେ' ୩ରୁ ୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ରାଜ୍ୟରେ ୩୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ କରାଯାଇଥିଲା।