ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ
ଯୁଗ ଯୁଗ ପାଇଁ ଅଦମ୍ୟ ସାହସ, ଓ ଅନନ୍ୟ ପରାକାଷ୍ଠାର ବାର୍ତ୍ତା ଦେଇ ଚାଲିବ ବିଜୁ ବାବୁଙ୍କ ଡାକୋଟା ରଙ୍ଗେଇଲୁଣ୍ଡାରୁ ଉଡ଼ିଲା ବିମାନ, ଭୁବନେଶ୍ବର ଅଭିମୁଖେ ୪ ଯାତ୍ରୀ

ଭୁବନେଶ୍ୱର : ମାର୍ଚ୍ଚ ୫, ୨୦୨୩, - ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। Dakota DC-3 (VT-AUI) । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି ସର୍ବସାଧାରଣଙ୍କ ପାଇଁ, ଓଡ଼ିଆ ମାନଙ୍କ ପାଇଁ ଓ ସାରା ଦେଶ ବାସୀଙ୍କ ପାଇଁ ସମର୍ପିତ କରିଛନ୍ତି।
ସୂଚନା ଯୋଗ୍ୟ ଯେ ଏହି ବିମାନ କଲିକତା ବିମାନ ବନ୍ଦର ରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଅଣା ଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି।
ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବିରତ୍ଵ ଓ ପରାକାଷ୍ଠା ର କାହାଣୀ। ଏହି ବିମାନରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ Indonesia ଯାଇ ସେଠାକାର ସ୍ଵାଧନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ସମସ୍ତେ ଜାଣନ୍ତି। କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀ କୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶ ବାସୀ।
ଏହି ଅବସରରେ ମୁଖ୍ୟ ମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆ ମାନଙ୍କୁ ସାହସ, ବିରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ। ବିଶ୍ଵ ବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର- ରଙ୍ଗେଇଲୁଣ୍ଡା non scheduled flightର ଶୁଭାରମ୍ଭ ମଧ୍ୟ କରିଛନ୍ତି।
ଭୁବନେଶ୍ୱର/ବ୍ରହ୍ମପୁର ୦୫।୦୩ : ବିଜୁ ଜୟନ୍ତୀରେ ରଙ୍ଗେଇଲୁଣ୍ଡାରୁ ଉଡ଼ିଲା ବିମାନ। ବିମାନସେବା ଉଡାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଙ୍ଗେଇଲୁଣ୍ଡାରୁ ୯ ସିଟ୍ ବିଶିଷ୍ଟ ବିମାନ ଉଡ଼ାଣ ଭରିଛି । ଆଜି ଦିନ ୧୦ଟା ୪୪ ମିନିଟରେ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପରେ ପହଂଚିଥିଲା ବିମାନ। ଏହା ପରେ ୧୧. ୧୧ରେ ସେଠାରୁ ଭୁବନେଶ୍ବର ଅଭିମୁଖେ ଯାଇଥିଲେ ୪ ଯାତ୍ରୀ।
ତେବେ ସପ୍ତାହକୁ ଦୁଇ ଥର ଭୁବନେଶ୍ୱରକୁ ରଙ୍ଗେଇଲୁଣ୍ଡା ଚଳାଚଳ କରିବ ବିମାନ । ରାଜଧାନୀକୁ ସଂଯୋଗ ପାଇଁ ଭୁବନେଶ୍ୱର-ରଙ୍ଗେଇଲୁଣ୍ଡା ବିମାନ ସେ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ବ୍ରହ୍ମପୁର ଦକ୍ଷିଣ ଓଡ଼ିଶାର ଏକ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଗଣିତ ହେଉଥିବା ବେଳେ ଏହାର ଜନସଂଖ୍ୟା ଓ ଶିଳ୍ପ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟିଛି।
ବିମାନ ଚଳାଚଳ ଦ୍ୱାରା ଉଦ୍ୟୋଗ ଏବଂ ପର୍ୟ୍ୟଟନ କ୍ଷେତ୍ରକୁ ପ୍ରୋତ୍ସାହନ ମିଳିବ। ରଙ୍ଗେଇଲୁଣ୍ଡାକୁ ବିମାନ ଚଳାଚଳ ପାଇଁ ଦୀର୍ଘ ଦିନର ଦାବି ପୂରଣ ହୋଇଛି। ଲୋକଙ୍କ ଚାହିଦା ଓ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ସମୟରେ ଏୟାରଷ୍ଟ୍ରିପର ଭୂତ୍ତିଭୂମି ବଢାଇବା ସହ ସହ ଅଧିକ ବିମାନ ଚଳାଚଳ ନେଇ ନିଷ୍ପତ୍ତି ନିଆଯିବ।
ମୁଖ୍ୟମନ୍ତ୍ରୀ ପ୍ରଥମେ ଆଜି ବିଧାନ ସଭା ଯାଇ ସେଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।