ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀରେ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜିଠାରୁ ଆରମ୍ଭ ହେବ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ । ଏହି ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟ ଶାସନ ସଚିବ । ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ ।

ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀରେ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀରେ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେବ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ । ଏହି ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟ ଶାସନ ସଚିବ । ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ । ଏହା ପରେ ପ୍ରଶାସନକୁ ଅଧିକ ଲୋକାଭିମୁଖୀ କରିବାକୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ । ଏହି ସମ୍ମିଳନୀରେ ଉପସ୍ଥିତ ରହିବେ ରାଜ୍ୟର ସମସ୍ତ ବରିଷ୍ଠ ଅଧିକାରୀ । ବିଭାଗୀୟ ସଚିବମାନେ ନିଜ ବିଭାଗର ରୋଡମ୍ୟାପ୍‌ ବାବଦରେ ପ୍ରେଜେଣ୍ଟେସନ ରଖିବେ । ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ହେବାକୁ ଥିବା ବେଳେ ଆସନ୍ତାକାଲି କୋଣାର୍କ ଇକୋ ରିଟ୍ରିଟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ । ସରକାରଙ୍କ ରୂପାନ୍ତରଣ କାର୍ଯ୍ୟକ୍ରମର ସଠିକ୍ ପରିଚାଳନା ବାବଦରେ ବୁଝାଇବେ ଫାଇଭ-ଟି ସଚିବ । ଫୋକସରେ ରହିବ ରୂପାନ୍ତରଣ କାର୍ଯ୍ୟକ୍ରମ, ଗ୍ରାମାଞ୍ଚଳ ଓ ସହରାଞ୍ଚଳ ବିକାଶ, ପାନୀୟଜଳ, ଶିକ୍ଷା, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମି ବିକାଶ ।
ରାଜ୍ୟ ସରକାର ସ୍ୱାସ୍ଥ୍ୟ ଉପରେ ଫୋକସ କରୁଛନ୍ତି । ଫ୍ଲାଗସିପ୍‌ କାର୍ଯ୍ୟକ୍ରମ ରହିଛି BSKY । ଆମ ହସ୍ପିଟାଲ ଓ ବିଏସ୍‌କେୱାଇ ଜରିଆରେ ସମସ୍ତଙ୍କୁ ସ୍ୱାସ୍ଥ୍ୟ ସେବା ବିଷୟ ଉପରେ ଆଲୋକପାତ କରିବେ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ସେହିପରି ସ୍ୱଂୟ ସହାୟକ ଗୋଷ୍ଠୀଙ୍କୁ ଏବେ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗରେ ପରିଣତ କରିବାକୁ ଚାଲିଛି ଅଭିଯାନ । ଜିଲ୍ଲାପାଳ ମାନଙ୍କୁ ଏ ସମ୍ପର୍କରେ ଅବଗତ କରାଯିବ । ତଥ୍ୟ ରଖିବେ ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନ । କୃଷି କ୍ଷେତ୍ରରେ ବହୁବିଧ ଚାଷକୁ କିପରି ପରବର୍ତ୍ତୀ ସ୍ତରକୁ ନିଆଯିବ, ସେନେଇ ସମ୍ମିଳନୀରେ ଆଲୋଚନା ହେବ । ବହୁବିଧ ଫସଲ ଚାଷ ଉପରେ କୃଷି ସଚିବ ଏବଂ ପ୍ରଶାସନରେ ଟେକ୍ନୋଲୋଜିର ଭୂମିକା ବାବଦରେ ପ୍ରେଜେଣ୍ଟେସନ ଦେବେ ଆଇଟି ସଚିବ । ଦକ୍ଷତା ବିକାଶ ଉପରେ ବିଭାଗୀୟ ସଚିବ ଗୁରୁତ୍ବ ଦେବାକୁ ଯାଉଥିବା ବେଳେ ଓଡ଼ିଶା କିପରି ପୁଞ୍ଜିପତିଙ୍କ ପ୍ରିୟସ୍ଥାନ ପାଲଟିଛି ସେ ବାବଦରେ ଶିଳ୍ପ ସଚିବ ତଥ୍ୟ ରଖିବେ ।