ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik 'ମୋ ସରକାର' କାର୍ଯ୍ୟକ୍ରମର ସମୀକ୍ଷା
ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik 'ମୋ ସରକାର' କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ମତାମତ ସଂଗ୍ରହ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ସମୀକ୍ଷା କରି ପଦକ୍ଷେପ ନେବା ସହିତ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍ ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ବର୍ତ୍ତମାନସୁଦ୍ଧା ରାଜ୍ୟ ସରକାରଙ୍କ ୩୧ଟି ବିଭାଗର ୨୬୩ଟି ସେବା 'ମୋ ସରକାର' ଅଧୀନକୁ ଆସିଛି। ସମୁଦାୟ ୩.୭୭ କୋଟି ମତାମତ ସଂଗ୍ରହ କରାଯାଇଥିବା ବେଳେ ୧୧ଟି ପାରାମିଟରରୁ ୯ଟିରେ ଉନ୍ନତି ହୋଇଛି। ସମସ୍ତ ବିଭାଗର ସାମଗ୍ରିକ ପ୍ରଦର୍ଶନ ଦୃଷ୍ଟିରୁ ୯୪.୯% ମତାମତ ସର୍ବୋତ୍ତମ ରହିଛି। #MoSarkar