୪ର୍ଥ ପର୍ଯ୍ୟାୟରେ 5-T ସ୍କୁଲ ରୂପାନ୍ତରଣ; ୬ଟି ଜିଲ୍ଲାର ୩୨୭ଟି ସ୍କୁଲ ଲୋକାର୍ପିତ
5-T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଆଦି ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ।

ଏଥିରେ ମାଲକାନଗିରି ଜିଲ୍ଲାର ୩୫ଟି ହାଇସ୍କୁଲ, ବାଲେଶ୍ବରର ୭୬ଟି, ଗଜପତିର ୨୮ଟି, ଢେଙ୍କାନାଳର ୬୩ଟି, କେନ୍ଦୁଝରର ୪୫ଟି ଓ କଟକର ୮୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।
ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ ।